ସନଷ୍ଟାର ଟିଭି ବ୍ୟୁରୋ;
ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫର୍ମ ପୂରଣ ନେଇ ପରବର୍ତ୍ତୀ ବିଜ୍ଞପ୍ତି ପରେ ପ୍ରକାଶ ପାଇବ ବୋଲି ଜଣାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶ ପରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି । ବିଜ୍ଞପ୍ତିକୁ ନେଇ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଅସନ୍ତୁଷ୍ଟ ଥିଲେ । ବିନା ପାଠପଢାରେ ପରୀକ୍ଷା ପ୍ରସ୍ତୁତିକୁ ନାପସନ୍ଦ କରାଯାଇଥିଲା ।