ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: କରୋନା ସମୟରେ ଦୀର୍ଘ ୮ହେଲା ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି, ଯାହା ପିଲାମାନଙ୍କ ପାଠପଢା ଉପରେ ବିଶେଷ ପ୍ରଭାବ ପକାଇଛି । ତେବେ ରାଜ୍ୟରେ ଆଦର୍ଶ ଓ ଉତ୍କର୍ଷ ସ୍କୁଲରେ ଅନ୍ଲାଇନ ଶିକ୍ଷା ପାଇଁ ଟିସିଏସ୍ ସହ ଚୁକ୍ତି କରିଛନ୍ତି ରାଜ୍ୟ ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ TCS ମଧ୍ୟରେ MoU ସ୍ୱାକ୍ଷରିତ ହୋଇଛି। ଏହା କେବଳ ୨୧୪ଟି ଆଦର୍ଶ ବିଦ୍ୟାଳୟ ଏବଂ ୧୦୧ ଉତ୍କର୍ଷ ବିଦ୍ୟାଳୟରେ ଲାଗୁ ହେବ। ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ଅନଲାଇନ୍ ଶିକ୍ଷା। ଏହା ଦ୍ୱାରା ଛାତ୍ରଛାତ୍ରୀ ଅଧିକ ଉପକୃତ ହୋଇ ପାରିବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।