ସନ୍ଷ୍ଚାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ସ୍ୱାଧୀନତା ପରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଆଜି ଜନ୍ମ ବାର୍ଷିକ | ଦେଶ ଆଜି ଏହି ମହାନ ପୁରୁଷଙ୍କୁ ମନେ ପକାଉଛି । ପଣ୍ଡିତ ନେହେରୁ ୧୪ ନଭେମ୍ବର ୧୮୮୯ ରେ ଉତ୍ତରପ୍ରଦେଶର ଆହ୍ଲାବାଦ ରେ ଜନ୍ମଗ୍ରହଣ କରିଥିଲେ। ପଣ୍ଡିତ ନେହେରୁ ପିଲାମାନଙ୍କୁ ବହୁତ ଭଲ ପାଉଥିଲେ ତେଣୁ ପିଲାମାନେ ତାଙ୍କୁ ଚାଚା ନେହେରୁ ବୋଲି ଡାକୁଥିଲେ । ଏହାକୁ ଦୃଷ୍ଟିରେ ରଖି ପଣ୍ଡିତ ନେହେରୁଙ୍କ ଜନ୍ମ ବାର୍ଷିକୀକୁ ମଧ୍ୟ ଶିଶୁ ଦିବସ ଭାବେ ପାଳନ କରାଯାଏ । ୧୯୬୪ ମସିହାରେ ପଣ୍ଡିତ ନେହେରୁଙ୍କ ଦେହାନ୍ତ ପରେ ତାଙ୍କ ଜନ୍ମ ବାର୍ଷିକୀ ଦିନ ଶିଶୁ ଦିବସ ପାଳନ ଆରମ୍ଭ ହୋଇଥିଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁଙ୍କୁ ସ୍ମରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ୍ କରି ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କ ଟ୍ୱିଟରେ ଲେଖିଛନ୍ତି ଯେ, ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମୋର ନମ୍ର ଶ୍ରଦ୍ଧାଞ୍ଜଳି।
देश के प्रथम प्रधानमंत्री पं. जवाहर लाल नेहरू को उनकी जयंती पर मेरी विनम्र श्रद्धांजलि।
— Narendra Modi (@narendramodi) November 14, 2020
ସେହିଭଳି କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଧ୍ୟ ଟ୍ୱିଟ୍ କରି ପଣ୍ଡିତ ନେହେରୁଙ୍କୁ ସ୍ମରଣ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି ଯେ, ଭାରତ ତାର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀ ପାଳନ କରୁଛି । ପଣ୍ଡିତ ନେହେରୁଙ୍କୁ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଭାବରେ ବର୍ଣ୍ଣନା କରି ରାହୁଲ ଗାନ୍ଧୀ କହିଛନ୍ତି ଯେ ସେ ଭାଇଚାରା, ସମାନତା ଏବଂ ଆଧୁନିକ ଦୃଷ୍ଟିକୋଣରୁ ଦେଶର ମୂଳଦୁଆ ପକାଇଛନ୍ତି । ରାହୁଲ ଏହା ମଧ୍ୟ ଲେଖିଛନ୍ତି ଯେ ଏହି ମୂଲ୍ୟବୋଧକୁ ବଞ୍ଚାଇ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ।
Today, India celebrates the birth anniversary of its first PM Pandit Jawaharlal Nehru ji: a towering visionary who laid the foundation of our country with values of brotherhood, egalitarianism & modern outlook.
Our endeavour must be to conserve these values.
— Rahul Gandhi (@RahulGandhi) November 14, 2020