ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆଜି ହେଉଛି ଆଲୋକର ପର୍ବ ଦୀପାବଳି । କୋଭିଡ କଟକଣା ଭିତରେ ଦୀପାବଳିକୁ ସାରା ଦେଶରେ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଛି ।
ତେବେ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ। #ଶୁଭଦୀପାବଳି pic.twitter.com/BPk5NcOYdQ
— Naveen Patnaik (@Naveen_Odisha) November 14, 2020