ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ରାଜ୍ୟ ମୁଖ୍ୟ ଶାସନ ସଚିବ ତଥା ବରିଷ୍ଠ ପ୍ରଶାସନିକ ସେବା ଅଧିକାରୀ ଅସିତ ତ୍ରିପାଠୀ ଚାକିରିରୁ ଅବସର ନେବାକୁ ଯାଉଛନ୍ତି । ଚଳିତ ବର୍ଷ ଡିସେମ୍ୱର ୩୧ ତାରିଖରେ ତାଙ୍କ କାର୍ଯ୍ୟକାଳ ସରୁଛି । ତେବେ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ମିଳିଛି । ସଧାରଣ ପ୍ରଶାସନ ବିଭାଗରୁ ଜାରି ହୋଇଥିବା ଏକ ବିଜ୍ଞପ୍ତିରେ ତାଙ୍କୁ ଅବସର ନେବା ପାଇଁ ଅନୁମତି ମିଳିଥିବା ଉଲ୍ଲେଖ ରହିଛି ।ବର୍ତ୍ତମାନ ଶ୍ରୀ ତ୍ରିପାଠୀ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଉନ୍ନୟନ କମିଶନର ଭାବେ କାର୍ଯ୍ୟରତ ।
୧୯୮୬ ବ୍ୟାଚର ଆଇଏଏସ୍ ଶ୍ରୀ ତ୍ରିପାଠୀ ୨୦୧୯ ମସିହା ଅଗଷ୍ଟ ୧୫ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ତେବେ ବରିଷ୍ଠତା ଦୃଷ୍ଟିରୁ ଆଇଏଏସ ସୁରେଶ ମହାପାତ୍ର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି । ଉନ୍ନୟନ କମିଶନ ଅଛନ୍ତି ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ର ।