ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ୯ ମାସ ପ୍ରତୀକ୍ଷାର ଅନ୍ତ ଘଟିଛି । ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଛି ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର। ସୂଚନା ମୁତାବକ, ପ୍ରଥମ ପର୍ଯ୍ୟାୟରେ ସେବାୟତଙ୍କ ପରିବାରକୁ ଦର୍ଶନ ମିଳିବାର ଅନୁମତି ରହିଛି। ତେବେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏ ସେବାୟତଙ୍କ ପରିବାର ହିଁ ଦର୍ଶନ କରିବେ ବୋଲି ସୂଚନା ରହିଛି। ମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିର ମୁଖ୍ୟ ଦ୍ୱାର ସମ୍ମୁଖରୁ ବ୍ୟାରିକେଡ୍ର ବ୍ୟବସ୍ଥା କରାଯାଇଛି । ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଆସି ପରିଚୟ ପତ୍ର ଦେଖାଇ ମନ୍ଦିରକୁ ପ୍ରବେଶ କରୁଛନ୍ତି ।
ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସେହିପରି ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ କେବଳ ରାଜଧାନୀବାସୀଙ୍କୁ ଦର୍ଶନ ଅନୁମତି ମିଳିବ ଏବଂ ୬ ତାରିଖରୁ ସାଧାରଣ ଲୋକେ ଦର୍ଶନ କରିପାରିବେ। ମନ୍ଦିର ପରିସରରେ ସର୍ବାଧିକ ୫ଶହ ଲୋକ ରହିପାରିବେ ବୋଲି ପୂର୍ବରୁ କହିଥିଲେ ବିଏମସି କମିଶନର। ତେବେ କରୋନା ପାଇଁ ଦୀର୍ଘ ୯ ମାସ ହେବ ମନ୍ଦିର ବନ୍ଦ ରହିଥିଲା।