ସନ୍ଷ୍ଟାର ଟିଭି ବ୍ୟୁରୋ
କଟକ: ଆଜି ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଡକ୍ଟର ଜଷ୍ଟିସ ଏସ୍. ମୁରଲୀଧର । ସେ ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ତେବେ ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ସେହି ଉତ୍ସବରେ ଆଇନ୍ମନ୍ତ୍ରୀ ପ୍ରତାପ ଜେନା, ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର,ଡିଜିପି ଅଭୟ, ଗୃହ ବିଭାଗ ସଚିବ , ହାଇକୋର୍ଟର ବରିଷ୍ଠ ବିଚାରପତି ପ୍ରମୁଖ ଉପସ୍ଥିତ ଥିଲେ । ତେବେ ଏସ୍. ମୁରଲୀଧର ଏହା ପୂର୍ବରୁ ପଞାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ ।