ସନ୍ଷ୍ଟାର ଟିଭି ବ୍ୟୁରୋ
କଟକ: କଟକ ଜିଲ୍ଲା ସାଲେପୁରର ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ହତ୍ୟାକାଣ୍ଡ ଘଟଣାରେ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାରେ ପୋଲିସ୍ ୪ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି ।ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣ ଅଭିଯୁକ୍ତଙ୍କୁ କଟକ ଗ୍ରାମାଞ୍ଚଳ ପୋଲିସ୍ ଅଟକ ରଖିଥିବା ଜଣାପଡ଼ିଛି । ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପୋଲିସ ଜେରା କରୁଛି। ୪ ଅଭିଯୁକ୍ତ ଅଟକ ନେଇ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ସୂଚନା ମିଳିଛି ।
ତେବେ ଏହି ଘଟଣା ପଛରେ ସ୍ଥାନୀୟ ବିଧାୟକ ତଥା ଆଇନ୍ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ୧୨ଜଣଙ୍କ ନାଁରେ ଅଭିଯୋଗ ଆଣିଥିଲେ ମୃତକଙ୍କ ପୁଅ ତଥା ସମିତି ସଭ୍ୟ ରମାକାନ୍ତ ବରାଳ।