ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: କରୋନାକୁ ନେଇ ରାଜ୍ୟରେ ଖୁସି ଖବର । ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣରେ ଗୋଟିଏ ବି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇନାହିଁ । ତେବେ ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା କେବଳ କୋଭିଡ୍ ଯୋଦ୍ଧାଙ୍କ ୬ ମାସର ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ସଫଳ ହୋଇଛି ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ତେବେ ଆଜି ରାଜ୍ୟରେ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ୨୩୧ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ସଙ୍ଗରୋଧ ଗୃହରେ ୧୩୩ ଜଣ ଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ ୯୮ ରହିଛି । ତେବେ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୩୨ ଜଣ ବାହାରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୦ ହଜାର ୯୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୨୦୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୨୬ ହଜାର ୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୮୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୭୦ ଲକ୍ଷ ୬୫ ହଜାର ୦୭୮ ସାମ୍ପୁଲ ଟେଷ୍ଟ୍ ହୋଇସାରିଛି।
Happy to share that after over six months, there are no Covid deaths reported in the State on 5th January 2021. We salute our Covid Warriors whose tireless efforts have made this possible.
— H & FW Dept Odisha (@HFWOdisha) January 6, 2021