ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ଚଳିତ ବର୍ଷ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯିବ । ତେବେ ୨୬ ଜାନୁଆରୀ, ସକାଳ ୮ଟା ୩୦ ମିନିଟ୍ ସମୟରେ ରାଜ୍ୟର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟ ସ୍ତରୀୟ ଗଣତନ୍ତ୍ର ଦିବସ ପାଳନ କରାଯିବ । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଜ୍ୟପାଳ ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ କୋଭିଡ ନିୟମ ପାଳନ କରାଯାଇ ଏହି ଦିବସ ପାଳନ କରାଯିବ ।
କୋଭିଡ୍ ପରିପ୍ରେକ୍ଷୀରେ ଏଥର ଅପେକ୍ଷାକୃତ କମ୍ ଅତିଥି ଏବଂ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ତେବେ କାର୍ଯ୍ୟକ୍ରମରେ ସୀମିତ ସଂଖ୍ୟାରେ କୋଭିଡ୍ ଯୋଦ୍ଧାମାନେ ଉପସ୍ଥିତ ରହିବେ । ଟିଭି ତଥା ସାମାଜିକ ଗଣମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ ।
 
କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଚଳିତ ବର୍ଷ ରାଜ୍ୟସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯିବ। ୨୬ ଜାନୁଆରୀ, ସକାଳ ୮.୩୦ ମିନିଟ୍ ସମୟରେ ମହାତ୍ମା ଗାନ୍ଧୀ ମାର୍ଗରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବରେ ଜାତୀୟ ପତାକା ଉତ୍ତୋଳନ କରିବେ। ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବେ। pic.twitter.com/NDDp54utMt
— I & PR Department, Odisha (@IPR_Odisha) January 7, 2021
;