ସନ୍ଷ୍ଟାର ଟିଭି ବ୍ୟୁରୋ
ଭଣ୍ଡାରା: ଗତକାଲି ବିଳମ୍ବିତ ରାତିରେ ମହାରାଷ୍ଟ୍ର ରାଜ୍ୟର ଭଣ୍ଡାରା ଜିଲ୍ଲାର ଏକ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ସେଠାରେ ୧୦ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି । ତେବେ ସେହି ମୃତ ନବଜାତ ଶିଶୁମାନଙ୍କ ବୟସ ୧ ମାସରୁ ୩ମାସ ମଧ୍ୟରେ ଥିଲା । ତେବେ ଅଗ୍ନିକାଣ୍ଡ ସମୟରେ ସେହି କୋଠରୀରେ ୧୭ ଜଣ ନବଜାତ ଶିଶୁ ଥିଲେ । ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଇଥବା ବେଳେ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ନିଆଁ ଲାଗିବାର କାରଣ ସର୍ଟ ସର୍କିଟ ବୋଲି କୁହାଯାଉଛି।
ତେବେ ଏହି ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ହୃଦୟ ବିଦାରକ ଦୁଃଖ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
Heart-wrenching tragedy in Bhandara, Maharashtra, where we have lost precious young lives. My thoughts are with all the bereaved families. I hope the injured recover as early as possible.
— Narendra Modi (@narendramodi) January 9, 2021
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ମଧ୍ୟ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାର ତୁରନ୍ତ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ମହାରାଷ୍ଟ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ରାଜେଷ ଟୋପେ ମୃତକ ଶିଶୁମାନଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ।