ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ବିଶ୍ଵସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର ଭାବରେ ପରିଚୟ ପାଇବ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ର ଚନ୍ଦ୍ରଭାଗା ଏବଂ ବାଲେଶ୍ବରର ତାଳସାରି-ଉଦୟପୁର ବେଳାଭୂମି ।ଏନେଇ ନିଷ୍ପତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ଯୋଜନାର ରୂପାୟନ ସଂପର୍କରେ ଆଲୋଚନା କରାଯାଇଥିଲା । ଏଥିସହିତ, ଆସନ୍ତା ଦୁଇ ବର୍ଷ ମଧ୍ୟରେ ପୀର ଜାହାନିଆ, ନୀଳାଦ୍ରି ଆଦି ପୁରୀ ଜିଲ୍ଲା ବେଳାଭୂମି ଏବଂ ଗଞ୍ଜାମ ଜିଲ୍ଲାର ହରିପୁର, ପତିସୋନପୁର ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବେଳାଭୂମି ଭାବେ ବିକଶିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ତେବେ ଏହି ବୈଠକରେ ଭୋଗରାଇ ବିଧାୟକ ଅନନ୍ତ ଦାସ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିସନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ମୋନା ଶର୍ମା, ପର୍ଯ୍ୟଟନ ବିଭାଗର ସଚିବ ବିଶାଳ ଦେବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଏବଂ ପୁରୀ ଓ ବାଲେଶ୍ବର ଜିଲ୍ଲାପାଳ ଉପସ୍ଥିତ ଥିଲେ।