ସନ୍ଷ୍ଟାର ଟିଭି ବ୍ୟୁରୋ
ସବୁ ଘାତ ପ୍ରତିଘାତ ଭିତରେ ଆସନ୍ତା ୨୦ ତାରିଖରେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ- ବାଇଡେନ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଶପଥ ଗ୍ରହଣ ପୂର୍ବରୁ ସେ ତାଙ୍କର ନିର୍ବାଚନ ପ୍ରତିଶୃତି ପାଳନ କରିଛନ୍ତି । କରୋନା ମହାମାରୀ ଯୋଗୁଁ ଧ୍ୱସ୍ତ ବିଧ୍ୱସ୍ତ ହୋଇପଡିଥିବା ଆମେରିକା ଅର୍ଥନୀତିର ସୁଧାର ଆଣିବାକୁ ସେ ୧.୯ ଟ୍ରିିଲିୟନ ଡଲାର ବା ୧୩୮ ଲକ୍ଷ କୋଟି ଟଙ୍କାର ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି । ସେ ଶପଥ ନେବା ପରେ ଏହାକୁ ଆମେରିକାର ଉଭୟ ସଂସଦରେ ପାରିତ କରାଯିବ ।
ଏହି ପ୍ୟାକେଜ ଲାଗୁହେଲେ ପ୍ରତିଟି ଆମେରିକୀୟ ନାଗରିକଙ୍କ ଖାତାକୁ ୧୪ ଶହ ଡଲାର ବା ଭାରତୀୟ ମୁଦ୍ରାରେ ୩୦ ହଜାର ଟଙ୍କା ଦିଆଯିବ । ଏହାସହ ଏହି ସହାୟତା ପ୍ୟାକେଜରେ ବି କ୍ଷୁଦ୍ର ବ୍ୟବସାୟୀ ମାନଙ୍କୁ ସହାୟତା ଯୋଗାଇ ଦିଆଯିବ । ଏହାକୁ ଆମେରିକାନ ରେସ୍କ୍ୟୁ ପ୍ୟାକେଜ୍ ନାମ ଦିଆଯାଇଛି ।