ସନ୍ଷ୍ଟାର ଟିଭି ବ୍ୟୁରୋ
ଆଭ୍ୟନ୍ତରୀଣ ଓଡିଶା ଏବଂ ଆଖପାଖ ଅଞ୍ଚଳରେ ସ୍ଥଳଭାଗରେ ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ପ୍ରବାହ ଏବେ ଦୁର୍ବଳ ହୋଇ ପଡ଼ିଛି। ଫଳରେ ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ପାରଦ ଖସିବା ସହ ରାତିରେ ଶୀତ ବଢ଼ିବ ଓ ଭୋର ସମୟରେ ଘନରୁ ହାଲୁକା କୁହୁଡ଼ି ପଡ଼ିବ।
ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏବଂ କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ଅଧିକ ରହିଛି।