ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଶନିବାର ପୁଣି ସୁନା-ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ସେପଟେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଶନିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୫୦ ଟଙ୍କାରେ ପହଞ୍ଚିଛି । ଶୁକ୍ରବାର ଏହାର ମୂଲ୍ୟ ୪୮,୮୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୯୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗୁରୁବାର ଏହାର ମୂଲ୍ୟ ୪୭,୮୦୦ ଟଙ୍କା ଥିଲା ।
ସେହିପରି ଶନିବାର ଦେଶରେ ରୁପା ମୂଲ୍ୟ ରେ ବୃଦ୍ଧି ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୧,୮୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶନିବାର ରୂପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୦୦ ଟଙ୍କା ରହିଛି । ଯାହା ଗତକାଲି ୬,୯୨୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱର ରେ ସୁନା ଦରରେ ମଧ୍ୟ ବୃଦ୍ଧି ଘଟିଛି । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ଶନିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୮୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୬୫୦ ଟଙ୍କା ଥିଲା ।
ଶନିବାର ଭୁବନେଶ୍ୱରରେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୭,୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶନିବାର ରୂପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୪୬୦ ଟଙ୍କା ରହିଛି । ଯାହା ଗତକାଲି ୭,୩୪୦ ଟଙ୍କା ଥିଲା ।