ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଡକାଯାଇଥିବା ଚକାଜାମ ଆନ୍ଦୋଳନ ଆରମ୍ଭ ହୋଇଯାଇଛି । ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଛି । ଜାତୀୟ ରାଜପଥ ଗୁଡିକରେ ଚାଷୀଙ୍କ ଚକାଜାମ୍ ଜାରି ରହିଛି । ଏହାଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ରାସ୍ତାରେ ଶହଶହ ସଂଖ୍ୟକ ଗାଡ଼ି ଅଟକି ରହିଛି ।
ଦେଶବ୍ୟାପୀ ଅଖଚକ ଜାମକୁ ସମର୍ଥନ କରି ଆଜି ମାଷ୍ଟରକ୍ୟାଣ୍ଟିନରେ ଏଆଇଟିୟୁସି ଓ ବିକେଏମୟୁର ଶତାଧିକ ଚାଷୀ ଓ ଶ୍ରମିକ ଏକାଠି ହୋଇ ରାସ୍ତାକୁ ଓହ୍ଲାଇଛନ୍ତି ଓ ଆନ୍ଦୋଳନକୁ ଜୋରଦାର କରୁଛନ୍ତି । ‘ଚକା ଜାମ’କୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସମର୍ଥନ ଜଣାଇଛି । ଫଳରେ ଚାଷୀମାନଙ୍କର ଏହି ଆନ୍ଦୋଳନକୁ ରାଜ୍ୟ କଂଗ୍ରେସ ମଧ୍ୟ ସମର୍ଥନ ଜଣାଇ ରାଜରାସ୍ତାକୁ ଓହ୍ଲାଇଛି ।