ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ପୁରୀର ସେବାୟତମାନଙ୍କର ଏକ ପ୍ରତିନିଧି ଦଳ ଆଜି ସଂଧ୍ୟାରେ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି । ଜଗନ୍ନାଥ ମନ୍ଦିର ପାଇଁ ଜାତୀୟ ସ୍ମାରକୀ କର୍ତ୍ତୃପକ୍ଷଙ୍କ ଉପନିୟମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଯୋଗୁ କେନ୍ଦ୍ର ସରକାର ବାତିଲ କରିଥିବାରୁ ସେମାନେ ଧନ୍ୟବାଦ ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ ମଧ୍ୟ କହିଛନ୍ତି ଯେ ଏବେ ପୁରୀ ବିକାଶପଥରେ ଅଗ୍ରଗାମୀ ହେବ । ଏବଂ ପୁରୀବାସୀ ଙ୍କ ତ୍ୟାଗ ବ୍ୟର୍ଥ ଯିବାକୁ ଦିଆଯିବ ନାହିଁ ।