ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଗତ ମାସରେ ଜଣେ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ପରେ ତାଙ୍କ ପରିଚୟ ଜାଣିବାକୁ କମିଶନରେଟ ପୁଲିସ ଉଦ୍ୟମ ଜାରି ରଖିଥିଲା ବେଳେ କମିଶନରେଟ ପୁଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଛି। ଖୁବଶୀଘ୍ର କମିଶନରେଟ୍ ପୁଲିସ ଏ ନେଇ ସମସ୍ତ ତଥ୍ୟ ପ୍ରେସମିଟ୍ ଜରିଆରେ ସୂଚନା ଦେବେ ବୋଲି ଜଣାପଡିଛି ।
ସୂଚନା ଅନୁଯାୟୀ, ଗତ ୪ତାରିଖ ଦିନ ଭୁବନେଶ୍ୱର ଭୁବନେଶ୍ବର ଅନ୍ଧାରୁଆ-ଦାସପୁର ରାସ୍ତା କଡରୁ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିଲା। ମହିଳାଙ୍କୁ ଆଣି ଏହିଠାରେ ହତ୍ୟା କରାଯାଇଛି ନା ବାହାରେ ହତ୍ୟାକରି ମହିଳାଙ୍କୁ ଏଠାରେ ଫୋପାଡି ଦିଆଯାଇଛି ତାର ତଦନ୍ତ ଜାରି ରଖିଛି କମିସନରେଟ ପୁଲିସ । ଅନ୍ୟପକ୍ଷରେ ମୃତ ମହିଳାଙ୍କ ପରିଚୟ ମଧ୍ୟ ମିଳିପାରି ନ ଥିଲା। ଯାହାକି ଏକ ଚିନ୍ତାର ବିଷୟ ପାଲଟିଥିଲା । ମହିଳାଙ୍କ ପରିଚୟ ଜାଣିବା ପାଇଁ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଯୋଜନା କରାଯାଉଥିବା ଗତକାଲି କମିଶନରେଟ ପୁଲିସ୍ ପକ୍ଷରୁ କୁହାଯାଇଥିଲା।
ମହିଳାଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଓ ଆଖପାଖ ଥାନାକୁ ପୁଲିସ ଖବର ଦେଇଥିଲା। ଜଣେ ଆଡିସିନାଲ୍ ଏସ୍ପି ରାଙ୍କର ଅଫିସରଙ୍କ ତତ୍ତ୍ୱବଧାନରେ ଏକ ୫ ଜଣିଆ ଟିମ୍ ଘଟଣାର ତଦନ୍ତ କରୁଥିବା ବେଳେ ମହିଳାଙ୍କ ପରିଚୟ ଜାଣିବା ପାଇଁ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପୋଷ୍ଟର ମଧ୍ୟ ମରାଯାଇଥିଲା। ମହିଳାଙ୍କ ସମ୍ପର୍କରେ ସୂଚନା ଦେଲେ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ ବୋଲି ପୂର୍ବରୁ ପୁଲିସ ଘୋଷଣା କରିଥିଲା।