ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଦେଶରେ ପେଟ୍ରୋଲ ଓ ଡିଜେଲ୍ ଦର କ୍ରମାଗତ ଭାବେ ବଢିବାରେ ଲାଗିଛି । ଏବେ ଏଲ୍ପିଜି ଦରରେ ମଧ୍ୟ ବୃଦ୍ଧି ପରିଲକ୍ଷିତ ହୋଇଛି । ୧୪.୨ କିଲୋ ବିଶିଷ୍ଟ ଏଲ୍ପିଜି ଦର ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ତେବେ ଆଜିଠାରୁ ଏହି ବର୍ଦ୍ଧିତ ଦର ଲାଗୁ ହେବାକୁ ଯାଉଛି । ଓଡ଼ିଶାରେ ନୂଆ ଦର ୮୦୦ ଟଙ୍କା ଛୁଇଁବ ବୋଲି ଜଣାପଡ଼ିଛି । ଏହା ପୂର୍ବରୁ ଗତ ୪ ତାରିଖରେ ଏଲ୍ପିଜି ଦରରେ ୨୫ ଟଙ୍କା ବୃଦ୍ଧି କରାଯାଇଥିଲା ।
ଇତିମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଗତ ୬ ଦିନ ହେଲା ବଢ଼ିଚାଲିଛି । ଏହାଦ୍ବାରା ଦେଶର ଅନେକ ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲ ଦର ୯୦ ଟଙ୍କା ଟପିସାରିଛି । ଏହାସହିତ ଆଜି ପୁଣି ଏଲ୍ପିଜି ଦର ବୃଦ୍ଧି କରିଛନ୍ତି ।