ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ଆଜିଠାରୁ ୪ ଦିନ ଯାଏଁ ଓଡିଶାର ବିଭିନ୍ନ ଜିଲ୍ଲା ଭିଜିବାକୁ ଯାଉଛି । ତେବେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ବେଳେ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ ଯାଉଛି । ତେବେ ୧୭ ଓ ୧୮ ତାରିଖ ଦିନ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୧୭ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ୧୮ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବି ବର୍ଷା ହେବ। ଏଣୁ ୧୭ ଓ ୧୮ ତାରିଖ ପାଇଁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।