ସନ୍ଷ୍ଟାର ଟିଭି ବ୍ୟୁରୋ
କେନ୍ଦୁଝର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ ହୋଇଥିବା ଖବର ମିଳିଛି । ଅସୁସ୍ଥ ତୁଳସୀ ମୁଣ୍ଡାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତୁଳସୀ ମୁଣ୍ଡାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ସେ ଲେଖିଛନ୍ତି ଯେ, ‘ତୁଳସୀଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମୁଁ ଚିନ୍ତିତ । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।’
ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) February 17, 2021
ସେହିପରି ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ଖବର ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟପାଳ ଗଣେଣୀ ଲାଲ । ଚିନ୍ତା ପ୍ରକଟ ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଜ୍ୟପାଳ ।
ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମାନ୍ୟବର ରାଜ୍ୟପାଳ ଚିନ୍ତା ପ୍ରକଟ କରିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ଯ କାମନା କରିଛନ୍ତି।
— Governor Odisha (@GovernorOdisha) February 17, 2021