ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର : ଦେଶର ବିଭିନ୍ନ ରାଜ୍ୟରେ ଏବେ କରୋନାର ଦ୍ଵିତୀୟ ପର୍ଯ୍ୟାୟ ସଂକ୍ରମଣ ଦେଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ସଂକ୍ରମଣକୁ ରୋକିବା ପାଇଁ କରୋନା କଟକଣାକୁ କଡାକଡି ଭାବେ ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲ୍ଲାପାଳମାନଙ୍କୁ ପୂର୍ବରୁ ସତର୍କ କରାଯାଇଥିଲା । ତେବେ ଏବେ ଏହି କଟକଣାକୁ ବିଦ୍ୟାଳୟରେ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୯ମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚାଲିଥିବାରୁ ସେଠାରେ କିଭଳି କରୋନା କଟକଣା ପାଳନ ହୋଇପାରିବ ସେନେଇ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ମାନଙ୍କୁ ନିର୍ଦେଶ ଦିଆଯାଇଛି ।
ଏସ୍ଆର୍ସି ପକ୍ଷରୁ ଜାରି କରାଯାଇଥିବା କୋଭିଡ୍-୧୯ ନିର୍ଦେଶାବଳୀ ଯେପରି ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ କର୍ମଚାରୀମାନେ କ୍ୟାମ୍ପସରେ ସାମାଜିକ ଦୂରତା ରକ୍ଷା, , ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡ ୱାସ୍, ସାନିଟାଇଜର ଓ ମାସ୍କ ପିନ୍ଧିବା ଆଦିକୁ ବିଦ୍ୟାଳୟରେ ବାଧ୍ୟତାମୂଳକ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।