ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ଚଳିତ ବର୍ଷ ମାର୍ଚ୍ଚ ୧୧ ତାରିଖରେ ଜାଗର ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଜାଗର ଯାତ୍ରାରେ ଲିଙ୍ଗରାଜ ମନ୍ଦିରରେ ଭକ୍ତ ସମାଗମକୁ ଦୃଷ୍ଟିରେ ରଖି ଜାଗର ଯାତ୍ରା ପାଇଁ ବିଏମସି ପକ୍ଷରୁ କଟକଣା ଜାରି ହୋଇଛି । ସାମାଜିକ ଦୂରତ୍ଵ ରକ୍ଷା କରିବା ଓ ମାସ୍କ ପରିଧାନ ଭଳି କରୋନା କଟକଣାକୁ ପାଳନ କରିବା ସହିତ ୧୨ ବର୍ଷରୁ କମ୍ ୬୦ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରିବା ପାଇଁ ବାରଣ କରାଯାଇଛି । ତେବେ ବିଏମସି ଓ ଲିଙ୍ଗରାଜ କମିଟିର ମିଳିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ଲିଙ୍ଗରାଜ ମନ୍ଦିରର ୩ ନିଯୋଗ, ବିଏମସି କର୍ତ୍ତୃପକ୍ଷ, ଲିଙ୍ଗରାଜ ମନ୍ଦିର ନିର୍ଦେଶକ ଉପସ୍ଥିତ ଥିଲେ ।
ତେବେ ମନ୍ଦିର ଗର୍ଭଗୃହ ଭିତରକୁ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ମଧ୍ୟ ମନା କରାଯାଇଛି । ଆଡକାଠ ଠାରେ ରହି ଠାକୁର ଦର୍ଶନ କରିବେ ଶ୍ରଦ୍ଧାଳୁ। ସମ୍ପୂର୍ଣ୍ଣ ବ୍ୟାରିକେଡ ଭିତରେ ଦର୍ଶନ ବ୍ୟବସ୍ଥା କରାଯିବ। ଶ୍ରଦ୍ଧାଳୁଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା କରାଯିବ। ସମସ୍ତ ନିଯୋଗ ଏହି ଜାଗର ଯାତ୍ରାରେ ସହଯୋଗ କରିବେ ବୋଲି ବୈଠକରେ କୁହାଯାଇଛି ।