ସନ୍ଷ୍ଟାର ଟିଭି ବ୍ୟୁରୋ
ପୁରୀ: ପୁରୀ ଶ୍ରୀମନ୍ଦିରର ବିକାଶ କରିବା ପାଇଁ ସମର୍ପଣ ନିଧି ସଂଗ୍ରହ ଅଭିଯାନକୁ ନିଜ ମାର୍ଗଦର୍ଶନରେ କରିବା ପାଇଁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଏହି ଅଭିଯାନ ଆରମ୍ଭ ହେଲେ ବିଶ୍ୱର ସମସ୍ତ ହିନ୍ଦୁ ବିଶେଷତଃ ସାଢେ ୪କୋଟି ଓଡିଆ ମହାପ୍ରଭୁଙ୍କ ସେବା କରିବାର ସୁଯୋଗ ପାଇପାରିବେ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ସଂରକ୍ଷଣ କରିବା ତଥା ସେବାୟତଙ୍କ ସାମଗ୍ରିକ ବିକାଶ, ଶ୍ରଦ୍ଧାଳୁଙ୍କ କଲ୍ୟାଣ ତଥା ଆମର ପୁରୁଣା ପରମ୍ପରା ଏବଂ ଐତିହ୍ୟକୁ ବଜାୟ ରଖିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ପୁରୀ ମହାରାଜା ଦିବ୍ୟସିଂହ ଦେବ ନିରନ୍ତର ଓ ନିରଳସ ଉଦ୍ୟମ କରି ଆସୁଛନ୍ତି ।
ସମଗ୍ର ହିନ୍ଦୁ ସମାଜ ଓ ସାଢେ ୪ କୋଟି ଓଡିଆଙ୍କ ମନରେ ମହାପ୍ରଭୁଙ୍କ କାମରେ ସହଯୋଗ କରିବା ନେଇ ଅଦମ୍ୟ ଉତ୍ସାହ ରହିଛି । ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଏହି ବିଶାଳ ଧନ ସଂଗ୍ରହ ଅଭିଯାନର ସହଯୋଗର ପ୍ରକ୍ରିୟାକୁ ଜନଆନ୍ଦୋଳନ ଭାବରେ ପରିଣତ କରିବା ଏବଂ ଲୋକଙ୍କୁ ଏଥିରେ ଭାଗିଦାରୀ କରିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଶ୍ରୀ ଦିବ୍ୟସିଂହ ଦେବଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ଶ୍ରୀମନ୍ଦିରର ବିକାଶ ପାଇଁ ଏହି ଧାମର ସହଯୋଗ ନିମନ୍ତେ ଶ୍ରମଦାନ ଏବଂ ଅର୍ଥଦାନ ପାଇଁ ସୁଯୋଗ ଦିଆଯିବା ନିମନ୍ତେ ଶ୍ରୀ ପ୍ରଧାନ ଗଜପତି ମହାରାଜାଙ୍କୁ ଅନୁରୋଧ କରିଛନ୍ତି
ତେବେ ପ୍ରସ୍ତାବିତ ଅଭିଯାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟ ଅତ୍ୟନ୍ତ ଜରୁରୀ । ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଭାରତ ସରକାର ଏବଂ ଓଡିଶା ସରକାରଙ୍କ ମଧ୍ୟରେ ସମ୍ପର୍କର ସେତୁ ସାଜିବା ଏବଂ ସମନ୍ୱୟ ରକ୍ଷା କରିବା ପାଇଁ ଶ୍ରୀ ପ୍ରଧାନ ଗଜପତି ମହାରାଜାଙ୍କୁ ଅନୁରୋଧ କରିଛନ୍ତି ।
ପୁରୀ ଶ୍ରୀମନ୍ଦିରର ବିକାଶ କରିବା ପାଇଁ ସମର୍ପଣ ନିଧି ସଂଗ୍ରହ ଅଭିଯାନକୁ ନିଜ ମାର୍ଗଦର୍ଶନରେ କରିବା ପାଇଁ @SJTA_Puri ଅଧ୍ୟକ୍ଷ ପୂଜ୍ୟ ଗଜପତି ମହାରାଜା ଦିବ୍ୟସିଂହ ଦେବ ମହୋଦୟଙ୍କୁ ପତ୍ର ଲେଖି ଅନୁରୋଧ କଲି।ଏହି ଅଭିଯାନ ଆରମ୍ଭ ହେଲେ ବିଶ୍ୱର ସମସ୍ତ ହିନ୍ଦୁ ବିଶେଷତଃ ସାଢେ ୪କୋଟି ଓଡିଆ ମହାପ୍ରଭୁଙ୍କ ସେବା କରିବାର ସୁଯୋଗ ପାଇପାରିବେ। pic.twitter.com/Kqratd4NLp
— Dharmendra Pradhan (@dpradhanbjp) March 5, 2021