ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ମାର୍ଚ୍ଚ ୧୧ରେ ମହାଦେବଙ୍କ ଜାଗର ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାରେ ଜମା ହୋଇଥାନ୍ତି । ତେବେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଜାଗର ଯାତ୍ରା ପାଇଁ କଟକଣା ଲଗାଇଛି ବିଏମସି । ୧୦ ବର୍ଷରୁ କମ୍ ୬୦ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କଙ୍କୁ ମନ୍ଦିର ଭିତରକୁ ପ୍ରବେଶ ପାଇଁ ମନା କରାଯାଇଛି । କରୋନା ସଂକ୍ରମଣ ବ୍ୟାପିବା ଦୃଷ୍ଟିରୁ ସାମାଜିକ ଦୂରତା ଓ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି । ବିଏମସି ଓ ଲିଙ୍ଗରାଜ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ତେବେ ମନ୍ଦିର ଗର୍ଭଗୃହ ଭିତରକୁ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ ନାହିଁ । ଆଡକାଠରେ ରହି ଠାକୁର ଦର୍ଶନ କରିବେ ଶ୍ରଦ୍ଧାଳୁ। ସମ୍ପୂର୍ଣ୍ଣ ବ୍ୟାରିକେଡ ଭିତରେ ଦର୍ଶନ ବ୍ୟବସ୍ଥା କରାଯିବ । ଶ୍ରଦ୍ଧାଳୁଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା କରାଯିବ। ସମସ୍ତ ନିଯୋଗ ଏହି ଜାଗର ଯାତ୍ରାରେ ସହଯୋଗ କରିବେ।