ସନ୍ଷ୍ଟାର ଟିଭି ବ୍ୟୁରୋ
ରାଉରକେଲା: ରାଉରକେଲା ସ୍ଥିତ ଏନଆଇଟି ଶିକ୍ଷାନୁଷ୍ଠାନରେ କରୋନା ମହାମାରୀ ବୃଦ୍ଧି ପାଇବାରେ ଲାଗିଛି । ଏନଆଇଟିରେ ୧୪ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ହେବା ପରେ ଏନଆଇଟି କର୍ତ୍ତୃପକ୍ଷ ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଟେଷ୍ଟ ପରେ ନେଗେଟିଭ ଚିହ୍ନଟ ହୋଇଥିବା ପିଲାଙ୍କୁ ହଷ୍ଟେଲ ଖାଲି କରିବାକୁ କୁହାଯାଇଛି । ତେବେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ପିଲା ହଷ୍ଟେଲରେ ରହିବେ ବୋଲି କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି । ସେହିପରି ଆଜିଠାରୁ ବାକି ପିଲାଙ୍କର କୋଭିଡ୍ ଟେଷ୍ଟ ଲାଗି ବ୍ୟବସ୍ଥା କରାଯାଉଛି ବୋଲି ରାଉରକେଲା NIT ରେଜିଷ୍ଟ୍ରାର ପ୍ରଦୀପ କୁମାର ଦାଶ ସୂଚନା ଦେଇଛନ୍ତି ।