ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତାତିର ପ୍ରଭାବ ବଢିବାରେ ଲାଗିଛି । ରାଜ୍ୟର ମାତ୍ରାଧିକ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ତେବେ ବର୍ଦ୍ଧିତ ତାତିକୁ ଲକ୍ଷ କରି ୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ଏହି ୨୦ ଜିଲ୍ଲା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼, ଖୋର୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ରହିଛି ।
ତେବେ ଆଜି ୧୦ ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ରହିଥିଲା । ଏଠାରେ ତାପମାତ୍ରା ୪୨.୨ ଡିଗ୍ରୀ ରହିଥିଲା । ବାରିପଦାରେ ପାରଦ ୪୨ ଡିଗ୍ରୀ ଥିବା ବେଳେ ବଲାଙ୍ଗିର ୪୧.୫, ଝାରସୁଗୁଡ଼ା ୪୧.୨, ସମ୍ଵଲପୁରରେ ୪୧.୨ ଡିଗ୍ରୀ,ଅନୁଗୁଳରେ ୪୧.୧ ଡିଗ୍ରୀ, ହୀରାକୁଦ ୪୧.୧ ଡିଗ୍ରୀ,ମାଲକାନଗିରିରେ ୪୧ ଡିଗ୍ରୀ, ଭବାନିପାଟଣାରେ ୪୦.୮ ଡିଗ୍ରୀ, ରାଜଧାନୀ ଭୁବନେଶ୍ୱରରେ ୪୦.୫ ଡିଗ୍ରୀ, ତାଳଚେର ଓ ନୟାଗଡରେ ୪୦.୩ ଡିଗ୍ରୀ ପାରଦ ଥିଲା । ଆସନ୍ତା ୪୮ ଘଣ୍ଟା ଭିତରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦିଆଯାଇଛି ।