ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଦୀର୍ଘ ଦୁଇ ବର୍ଷ ହେବ ସାରା ବିଶ୍ଵକୁ କୋରନା କବଳିତ କରି ରଖିଛି । ଦେଶରେ କରୋନା ଆଜି ଏକ ନୂତନ ରେକର୍ଡ ସୃଷ୍ଟି କରିଛି । ଗତ ୨୪ ଘଣ୍ଚା ମଧ୍ୟରେ ଦେଶରେ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଯାଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦୩,୫୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୯,୦୬୭ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୪୧,୮୩୦ ।
ତେବେ କରୋନା ସଂକ୍ରମିତ ହୋଇ ୪୭୮ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟାରେ ହୋଇଥିବା ୪୭୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୫,୧୦୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୨,୮୪୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୬,୮୨,୧୩୬ ।