ସନ୍ଷ୍ଟାର ଟିଭି ବ୍ୟୁରୋ
ବୁର୍ଲା: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ଦେଖାଯାଇଛି । ଅଫଲାଇନ୍ ପରୀକ୍ଷାକୁ ବିରୋଧ କରି ପ୍ରାୟ ୨୦୦ରୁ ଊର୍ଦ୍ଧ୍ଵ ଜଣ ଛାତ୍ରଛାତ୍ରୀ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିବା ସହିତ କ୍ୟାମ୍ପସରେ ବ୍ୟାପକ ଜିନିଷ ଭଙ୍ଗାରୁଜା କରିଥିଲେ । ଫଳରେ ସେଠାକାର ସ୍ଥିତିକୁ ଆୟତ୍ତ କରିବା ପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଛି । ପୋଲିସ୍ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମଧ୍ୟ ଉତ୍ତେଜନା ଦେଖାଯାଇଥିଲା । ଫଳରେ ମୃଦୁ ଲାଠି ଚାର୍ଜ କରିଛି ପୋଲିସ ।
ତେବେ ଛାତ୍ରଛାତ୍ରୀମାନଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି ବିଶ୍ଵବିଦ୍ୟାଳୟ କୁଳପତି ।