ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ ଖରାର ପ୍ରଭାବରୁ ସାମାନ୍ୟ ଆଶ୍ଵସ୍ତୀ ମିଳିଛି କିନ୍ତୁ କାଳବୈଶାଖୀ ପାଇଁ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । ଯେଉଁଥିପାଇଁ ରାଜ୍ୟର ୧୨ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ । ଏହି ୧୨ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ । ଏସବୁ ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ କିଛି ସ୍ଥାନରେ ମଧ୍ୟ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।
ରବିବାର ଓ ସୋମବାର ମଧ୍ୟ କାଳବୈଶାଖୀ ଦେଖାଯିବ ବୋଲି ସୂଚନା ମିଳିଛି । ତେବେ ରାଜଧାନୀ ଭୁବନେଶ୍ଵରରେ କାଳବୈଶାଖୀ ଦେଖାଯାଇଛି ।