ସନ୍ଷ୍ଟାର ଟିଭି ବ୍ୟୁରୋ
ବ୍ରହ୍ମପୁର: ରାଜ୍ୟରେ କରୋନା ସଂକ୍ରମଣ ହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେବେ ଏହି ବର୍ଦ୍ଧିତ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନଗୁଡିକୁ ବନ୍ଦ କରିବା ପାଇଁ ନିଷ୍ପତି ନେଇଛନ୍ତି । ୭ ଦିନ ପାଇଁ ଏହି ବନ୍ଦ କରାଯିବ । ଆସନ୍ତାକାଲିଠୁ ୨୧ ତାରିଖ ଯାଏଁ ସବୁ ଧର୍ମାନୁଷ୍ଠାନ ବନ୍ଦ ରହିବ । ଏହି ୭ ଦିନ ବିନା ଭକ୍ତରେ ମନ୍ଦିରରେ ରୀତିନୀତି ପାଳନ କରାଯିବ ଓ ସାନିଟାଇଜ୍ କରାଯିବ । କେବଳ ମନ୍ଦିର ନୁହେଁ ଏହି ୭ ଦିନ ଜିଲ୍ଲାର ସମସ୍ତ ପାର୍କ, ଖେଳପଡ଼ିଆ, ସମୁଦ୍ର ବେଳାଭୂମି ଓ ହ୍ରଦ ମଧ୍ୟ ବନ୍ଦ ରହିବ ।
ଏହି କଟକଣାକୁ କଡ଼ାକଡି ଭାବେ ପାଳନ କରିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି । ନିୟମ ପାଳନରେ ଉଲ୍ଲଙ୍ଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ ଚେତାବନୀ ଦିଆଯାଇଛି ।