ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯ।ଇଛି । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓଡ଼ିଶାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ରାଜ୍ୟର ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
୨୧ ଅପ୍ରେଲ ଅପରାହ୍ନ ୧ଟା ୩୦ଘଣ୍ଟାରୁ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ଗୁରୁବାର ଦିନ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ଆଶଙ୍କା ରହିଛି । ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ହେବ । ଏହି ସମୟରେ ପବନର ବେଗ ୪୦-୫୦ କିଲୋମିଟର ରହି ପାରେ । ଏଥିସହ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।