ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟ ସରକାର ଯେତେ ରଣକୌଶଳ ଆପଣାଇଲେ ମଧ୍ୟ କରୋନା ଗ୍ରାଫ୍ ଉପରମୁହାଁ ରହିଛି । ୨ ଦିନ ହେଲା ୬ ହଜାର ଉପରେ ରହିଛି ନୂତନ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୬୨୧୫ ଜଣ ନୂଆ କରୋନା ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧରେ ୩୦୬୪ ଜଣ ରହିଥିଲା ବେଳେ ସ୍ଥାନୀୟ ମାମଲା ୨୬୧୧ ରହିଛି ।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୫୦ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୬୮୪, କଳାହାଣ୍ଡିରୁ ୬୮୨, ନୂଆପଡ଼ାରୁ ୪୪୬, କଟକରୁ ୩୮୩, ସମ୍ୱଲପୁରରୁ ୨୬୩, ଝାରସୁଗୁଡ଼ାରୁ ୨୬୧, ଅନୁଗୁଳରୁ ୧୭୩, ବାଲେଶ୍ୱରରୁ ୭୯, ବରଗଡ଼ରୁ ୨୬୮, ଭଦ୍ରକରୁ ୮୬, ବଲାଙ୍ଗୀରରୁ ୨୧୧, କେଉଁଝରରୁ ୧୫୭, ବୌଦ୍ଧରୁ ୨୦, ଦେବଗଡ଼ରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, କନ୍ଧମାଳରୁ ୩୪ ଜଣ, କେନ୍ଦ୍ରାପଡ଼ାରୁ ୪୧ ଚିହ୍ନଟ ହୋଇଛନ୍ତି ।
ସେହିପରି କୋରାପୁଟରୁ ୫୮, ମାଲକାନଗିରିରୁ ୨୧, ମୟୁରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୨୫୭, ନୟାଗଡ଼ରୁ ୮୨, ପୁରୀରୁ ୩୦୬, ରାୟଗଡ଼ାରୁ ୧୦୫, ସୋନପୁରରୁ ୬୫, ଓ ଷ୍ଟେଟପୁଲରୁ ୧୯୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭଙ୍କ ସଂଖ୍ୟା ୩୯୪୬୯୪ ହୋଇଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇଛନ୍ତି। ଏଣେ ଏବେ ୩୯୧୧୭ଟି ସକ୍ରିୟ ମାମଲା ରହିଛି ।
ତେବେ ଗତ ୨୪ ଘଣ୍ଟାରେ କରୋନା କାରଣରୁ ରାଜ୍ୟରେ ୮ଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର, ବଲାଙ୍ଗିର, କନ୍ଧମାଳ, ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଂଜାମ ଓ କଳାହାଣ୍ଡିରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ।