ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଖୋର୍ଦ୍ଧା ଏବଂ ବାଲେଶ୍ବର ଜିଲ୍ଲା ପାଇଁ ଗ୍ରୀଷ୍ମ ପ୍ରଭାବ ପାଇଁ ୟେଲୋ ଓ୍ଵାର୍ଣ୍ଣିଙ୍ଗ ଜାରି କରାଯାଇଥିବା ବେଳେ ବାକି ୭ ଟି ଜିଲ୍ଲା ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।ଏହି ସମୟରେ ଲୋକମାନେ ସତର୍କତା ଅବଲମ୍ଵନ କରିବା ସହିତ ଜରୁରୀ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।