ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମଣ କମ୍ ରହିଥିଲେ ମଧ୍ୟ ସଂକ୍ରମଣ ୭ ହାଜର ପାଖାପାଖି ରହିଛି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରୁ ୬ହଜାର ୯ଶହ ୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪ହଜାର ୫୪ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ହଜାର ୯ଶହ ୪୪ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ତେବେ ପୂର୍ବ ଦିନଗୁଡିକ ପରି ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଅପରପକ୍ଷରେ କଟକରେ ସଂକ୍ରମଣ ହାର ବୃଦ୍ଧି ପାଉଥିବାର ଦେଖାଯାଇଛି । କଟକରୁ ୫୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡ଼ରୁ ୪୭୪, ନୂଆପଡ଼ାରୁ ୪୨୦, ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୁରଭଂଜରୁ ୩୦୮, କଳାହାଣ୍ଡିରୁ ୨୯୨, ନବରଙ୍ଗପୁରରୁ ୨୫୫, ପୁରୀରୁ ୨୮୮ , ବଲାଙ୍ଗୀରରୁ ୨୩୬, ଯାଜପୁରରୁ ୨୨୬, ରାୟଗଡ଼ାରୁ ୧୮୧, , କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧,ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡ଼ରୁ ୧୨୧, ଜଗତସିଂହପୁରରୁ ୧୦୪, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କୋରାପୁଟରୁ ୫୭, ମାଲକାନଗିରିରୁ ୭୦, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୪, କନ୍ଧମାଳରୁ ୪୫, ବୌଦ୍ଧରୁ ୬୫, ଢ଼େଙ୍କାନାଳରୁ ୨୨ ଓ ଷ୍ଟେଟ୍ ପୁଲରୁ ୧୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୩୫ହଜାର ୫ଶହ ୧୩କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୩ଲକ୍ଷ ୭୫ହଜାର ୭ଶହ ୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ରାଜ୍ୟରେ ୫୭ହଜାର ୭ଶହ ୧୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସେହିପରି କରୋନା କାରଣରୁ ୨୪ଘଣ୍ଟା ଭିତରେ ୧୨ଜଣଙ୍କର ମୃତ୍ୟୁ ହୋଇଛି । ୨୪ଘଣ୍ଟା ଭିତରେ ୪୪ହଜାର ୬୪ଟି ନମୁନା ପରୀକ୍ଷା କରାଯାଇଛି ।
ତେବେ ଅଧିକ ଚିନ୍ତାର କାରଣ ସାଜିଛି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।