ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ସ୍ଥିତି ଅଧିକ ଖରାପ ରହିଛି । ତେବେ ଏପରି ପରିସ୍ଥିତିରେ କଟକରେ କୋଭିଡର ସଫଳ ମୁକାବିଲା ପାଇଁ ସିଏମସିକୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ଅର୍ଥ କଟକ ମହାନଗର ନିଗମ ପାଇଁ ଅନୁମୋଦନ କରିଛନ୍ତି । ସହରରେ ସଂକ୍ରମଣ ବଢୁଥିବା ଦେଖି ମୁଖ୍ୟମନ୍ତ୍ରୀ ଏପରି ନିଷ୍ପତ୍ତି ନେଇଛନ୍ତି ।