ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ଆଜି ମଧ୍ୟ ରାଜ୍ୟରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି,ବୌଦ୍ଧ ଓ ରାୟଗଡ଼ା ରହିଛି । ଏହି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାଦେଇଛି ।
 
— Meteorological Centre, Bhubaneswar (@mcbbsr) May 5, 2021