ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ବେକାବୁ ରହିଛି । ପ୍ରତିଦିନ 10 ହଜାରରୁ ଅଧିକ ଲୋକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ତେବେ ରାଜ୍ୟର ହେଲେ ରାଜ୍ୟ ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ଟ୍ବିଟ୍ କରି ନିଜେ ସୂଚନା ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସେ ଲେଖିଛନ୍ତି ଯେ ତେବେ ତାଙ୍କର କୋଭିଡ ଲକ୍ଷଣ ଦେଖା ଦେବାରୁ ସେ କୋଭିଡ ଟେଷ୍ଟ କରିଥିଲେ । ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋରୋନା ଟେଷ୍ଟ କରାଇବାକୁ ମନ୍ତ୍ରୀ ପ୍ରତାପ ଜେନା ପରାମର୍ଶ ଦେଇଛନ୍ତି ।
ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଜାଣିବା ପରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କୋଭିଡ ସଂକ୍ରମିତ ହୋଇଥିବା ନେଇ ଅବଗତ ହେଲି। ତାଙ୍କ ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କୋଭିଡ ସଂକ୍ରମିତ ହୋଇଥିବା ନେଇ ଅବଗତ ହେଲି। ତାଙ୍କ ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) May 8, 2021
Have tested positive for #COVID19. Anyone in close contact in the past few days please get tested.
— Pratap Jena (@jenapratap66) May 7, 2021