ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ଧରି କାଳବୈଶାଖୀ ହେଉଥିବାବେଳେ ରାଜ୍ୟବାସୀଙ୍କୁ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରିଛି। ଆସନ୍ତା ୨ ଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ । ସେପଟେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି।
୨ ଦିନ ଧରି ରାଜ୍ୟର କିଛି କିଛି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ଭଦ୍ରକ, ବାଲେଶ୍ୱର, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରପଡ଼ା, ଗଜପତି, ଗଞ୍ଜାମ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ ବୋଲି ପୂର୍ବାନୁମାନ କରାଯାଇଛି।