ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦଳୀୟ ବୈଠକ ଡକାଇଛନ୍ତି ।ଆସନ୍ତା 17 ତାରିଖରେ ଅପରାହ୍ଣ 5.30 ସମୟରେ ବିଧାନସଭାର ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହେବ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ଦଳର ବିଧାୟକଙ୍କ ଉପସ୍ଥିତିରେ ଏହି ଆଲୋଚନା କରାଯିବ । କରୋନା ମୁକାବିଲା ବିଭିନ୍ନ ବିଷୟ ଉପରେ ଆଲୋଚନା କରାଯିବ ବୋଲି ବାଟସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।
ସୂର୍ଯ୍ୟ ନାରାୟଣ ପାତ୍ର ଆଉ ମଧ୍ୟ କହିଛନ୍ତି ଯେ, ବୈଠକ ପାଇଁ ବିଧାନସଭାର ନୂତନ ସମ୍ମିଳନୀ କକ୍ଷ ଓ ଜିଲ୍ଲାସ୍ତରରେ ବ୍ୟବସ୍ଥା କରାଯାଇଛି । ଭୁବନେଶ୍ବରର କିଛି ସ୍ଥାନରେ ମଧ୍ୟ ବ୍ୟବସ୍ଥା କରାଯାଇଛି । ସମସ୍ତ ବିଧାୟକ ମାନେ ବୈଠକରେ ନିଜ ଅଞ୍ଚଳର କୋଭିଡ ସ୍ଥିତି ସମ୍ପର୍କରେ ଆଲୋଚନା କରିବେ ।