ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣରେ ରୋକ୍ ଲଗାଇବା ପାଇଁ ଲକଡାଉନ, ସଟଡାଉନ ଜାରି କରାଯାଇଥିଲେ ମଧ୍ୟ କରୋନା ସଂକ୍ରମଣରେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୪୯୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୬୪୩୯ ଚିହ୍ନଟ ହୋଇଥିବା ବେଳେ ୫୦୫୯ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି । ତେବେ ଦୁଇଟି ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ହଜାରେ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୧୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି
ଅନ୍ୟ ଜିଲ୍ଲା ଗୁଡିକରେ ଯଥା ଅନୁଗୁଳରୁ ୮୬୭, ବରଗଡ଼ରୁ ୩୯୫, ଭଦ୍ରକରୁ ୧୩୪, ବାଲେଶ୍ୱରରୁ ୫୨୪, ବଲାଙ୍ଗୀରରୁ ୨୯୪, ବୌଦ୍ଧରୁ ୩୧୩, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୨୫୧, ଗଜପତିରୁ ୮୬, ଗଞ୍ଜାମରୁ ୨୨୮, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୩୭୮, ଝାରସୁଗୁଡ଼ାରୁ ୨୪୭ , କଳାହାଣ୍ଡିରୁ ୨୦୫, କନ୍ଧମାଳରୁ ୧୦୧, କେନ୍ଦ୍ରାପଡ଼ାରୁ ୨୦୪, କେନ୍ଦୁଝରରୁ ୧୯୩, କୋରାପୁଟରୁ ୨୬୬, ମାଲକାନଗିରିରୁ ୧୧୦, ମୟୂରଭଞ୍ଜରୁ ୫୩୮, ନବରଙ୍ଗପୁରରୁ ୩୪୬, ନୟାଗଡ଼ରୁ ୩୮୨, ନୂଆପଡ଼ାରୁ ୧୫୨, ପୁରୀରୁ ୪୨୪, ରାୟଗଡ଼ାରୁ ୨୩୩, ସମ୍ବଲପୁରରୁ ୩୯୩, ସୋନପୁରରୁ ୨୧୭, ସୁନ୍ଦରଗଡ଼ରୁ ୭୦୩ଜଣ ଓ ଷ୍ଟେଟ୍ ପୁଲରୁ ୨୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥିସହିତ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୦୩ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ନୂଆପଡ଼ା, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।