ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ଓଡିଶାରେ ପ୍ରତିଦିନ ୧୦ ହଜାର ଉପରେ କରୋନା ସଂକ୍ରମଣ ବାହାରୁଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୧୧,୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୬୨୧୯ ଚିହ୍ନଟ ହୋଇଥିବା ବେଳେ ୪୮୮୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।ତେବେ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୫୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୯୪୪ ଜଣ ବ୍ୟକ୍ତିଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି ।
ଅପରପକ୍ଷରେ ଅନୁଗୁଳରୁ ୮୬୪, ବରଗଡ଼ରୁ ୩୩୯, ଭଦ୍ରକରୁ ୪୮୯, ବାଲେଶ୍ୱରରୁ ୫୦୯, ବଲାଙ୍ଗୀରରୁ ୨୯୮, ବୌଦ୍ଧରୁ ୨୭୩, ଦେବଗଡ଼ରୁ ୧୨୫, ଢେଙ୍କାନାଳରୁ ୧୩୧, ଗଜପତିରୁ ୧୫୭, ଗଞ୍ଜାମରୁ ୨୧୪, ଜଗତସିଂହପୁରରୁ ୩୧୮, ଯାଜପୁରରୁ ୩୯୬, ଝାରସୁଗୁଡ଼ାରୁ ୧୧୩ , କଳାହାଣ୍ଡିରୁ ୩୯, କନ୍ଧମାଳରୁ ୧୩୨, କେନ୍ଦ୍ରାପଡ଼ାରୁ ୧୫୦, କେନ୍ଦୁଝରରୁ ୧୬୯, କୋରାପୁଟରୁ ୨୫୧, ମାଲକାନଗିରିରୁ ୧୦୦, ମୟୂରଭଞ୍ଜରୁ ୬୩୫, ନବରଙ୍ଗପୁରରୁ ୩୫୭, ନୟାଗଡ଼ରୁ ୩୩୨, ନୂଆପଡ଼ାରୁ ୧୧୪, ପୁରୀରୁ ୪୭୩, ରାୟଗଡ଼ାରୁ ୨୦୯, ସମ୍ବଲପୁରରୁ ୩୮୪, ସୋନପୁରରୁ ୧୮୦, ସୁନ୍ଦରଗଡ଼ରୁ ୭୦୮ଜଣ ଓ ଷ୍ଟେଟ୍ ପୁଲରୁ ୨୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।