ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ବାତ୍ୟା ଆସିଲେ ବନ୍ଦ ରହିବ କରୋନା ଟିକାକରଣ । ଆଗକୁ ଆସୁଥିବା ବାତ୍ୟାକୁ ଦୃଷ୍ଟିରେ ରଖି ଏହାର ପ୍ରଭାବ ପଡ଼ିବାକୁ ଥିବା ଜିଲ୍ଲା ଗୁଡିକରେ ଟିକାକରଣ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଜିଲ୍ଲାପାଳମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ।
ତେବେ ବାତ୍ୟା ସମୟରେ ଟିକାର ସୁରକ୍ଷାକୁ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ସମୟରେ ବିଦ୍ୟୁତ ସେବା ବ୍ୟାଘାତ ହୋଇପାରେ,ତେଣୁ ଏଭଳି ସ୍ଥଳେ ଟିକାକୁ ସୁରକ୍ଷିତ ରଖିବାକୁ କୁହାଯାଇଛି । ଏପରିକି ଜେନେରେଟର ବ୍ୟବସ୍ଥା କରି ଟିକା ସୁରକ୍ଷିତ ରଖିବାକୁ କୁହାଯାଇଛି ।
କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି। ଆସନ୍ତାକାଲି ଏହା ଅବପାତର ରୂପ ନେବ । ୨୪ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ତେବେ ୨୫ ତାରିଖରେ ଏହା ଭେରୀ ସିଭିୟର ସାଇକ୍ଲୋନିକ ଷ୍ଟ୍ରମରେ ପରିଣତ ହେବ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାପଡ଼ିଛି ।
ଉତ୍ତର ଓଡିଶା, ବଙ୍ଗଳାଦେଶ ଓ ପଶ୍ଚିମ ବଙ୍ଗ ଉପରେ ଏହାର ପ୍ରଭାବ ପଡ଼ିବ । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।