ସନଷ୍ଟାର ଟିଭି ବ୍ୟୁରୋ
ଯାଜପୁର: ବାତ୍ୟା ୟାସ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବୈତରଣୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ଏହି ବନ୍ୟା ଆଶଙ୍କା ଦେଖାଦେଇଛି । ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି ବୋଲି ସୂଚନା ରହିଛି । ବର୍ତମାନ ବୈତରଣୀ ନଦୀ ଆଖୁଆପଦାଠାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବାବେଳେ ଆନନ୍ଦପୁରରେ ଜଳସ୍ତର ୩୯ ମିଟର ରହିଛି । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏଥିସହିତ ଏହି ସମ୍ଭାବ୍ୟ ବନ୍ୟା ପରିସ୍ଥିତି ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ଓ ଯାଜପୁର ଜିଲ୍ଲା ପ୍ରଶାସନ ସଜାଗ ରହିବା ପାଇଁ ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି ଓ ସାଧାରଣ ଜନତାଙ୍କୁ ଯଥା ସମ୍ଭବ ସାହାଯ୍ୟ ଯୋଗାଇ ଦେବା ପାଇଁ ସେ ସୂଚନା ଦେଇଛନ୍ତି ।
Heavy rainfall induced by #CycloneYaas in Baitarani catchment caused huge inflow . Baitarani flowing at Anandpur 39mt , Akhuapada crossed DL. Expecting medium flood in Baitarani. @DM_Bhadrak @dm_jajpur well prepared to meet contingent situations. Evacuating ppl wherever required.
— Pradeep Jena IAS (@PradeepJenaIAS) May 27, 2021