ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍ ୧୭ ପର୍ଯ୍ୟନ୍ତ ଲକଡାଉନ୍ ଅବଧିକୁ ବୃଦ୍ଧି କରିଛନ୍ତି । ଏହି ସମୟରେ ପୂର୍ବବତ୍ ଶନିବାର ଏବଂ ରବିବାର ସପ୍ତାହାନ୍ତ ସଟଡାଉନ୍ ବଳବତ୍ତର ରହିବ । ଏନେଇ ବିଶ୍ୱସ୍ତ ସୁତ୍ରରୁ ସୂଚନା ମିଳିଛି । ଅନ୍ୟପଟେ ଆଜି ଏସିଏସ୍ କହିଥିଲେ ଯେ, ରାଜ୍ୟରେ ପଜିଟିଭ୍ ରେଟ୍ କମୁଛି । ୯ ଜିଲ୍ଲାରେ ପଜିଟିଭ୍ ହାର କମୁଥିବା ବେଳେ କିଛି ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ଅଧିକ ରହିଛି । ବର୍ତ୍ତମାନ ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି ।