ସନଷ୍ଟାର ଟିଭି ବ୍ୟୁରୋ
ବାଲେଶ୍ଵର : ବାତ୍ୟା ୟାସର ପ୍ରଭାବରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବା ପାଇଁ ବାଲେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍ । କ୍ଷୟକ୍ଷତିର ଆକଳନ କରିବା ପର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ ଏହି ଟିମ୍ । ଆଜି ଏନେଇ ଏସଆରସି ପିକେ ଜେନାଙ୍କ ଅଧ୍ୟକ୍ଷତାରେ ହୋଟେଲ ମେ ଫେୟାରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବାତ୍ୟା ୟସ କ୍ଷୟକ୍ଷତି ନେଇ କେନ୍ଦ୍ରୀୟ ଟିମକୁ ଅବଗତ କରାଯାଇଛି ।
ଏହି କେନ୍ଦ୍ରୀୟ ଟିମର ନେତୃତ୍ୱ ନେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଳାୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ନୱାଲ୍ । ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ୪ଟି ଜିଲ୍ଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ଦୁଇଟି ଭାଗରେ ବିଭକ୍ତ ହୋଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଂଜ ଗସ୍ତରେ ଯାଇ ଏହି ଟିମ୍ ବାତ୍ୟା କ୍ଷୟକ୍ଷତିର ଆକଳନ କରିବେ ।