ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ ଆସନ୍ତାକାଲି ଠାରୁ ପ୍ରବଳ ବର୍ଷାର ସମ୍ଭାବନା । କାରଣ ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗାମୀ ୨ରୁ ୩ ଦିନ ମଧ୍ୟରେ ଓଡିଶାର କେତେକ ଅଞ୍ଚଳରେ ପ୍ରବେଶ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୧୦ରୁ ୧୪ ତାରିଖ ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପ୍ରବଳ ବର୍ଷା ସମୁଦ୍ର ଉପକୂଳ ଅଂଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।