ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଓଡିଶାରେ କିନ୍ନରଙ୍କ ପାଇଁ ରାଜ୍ୟ ସରକାର ଆଣିଲେ ବଡ ସୁଯୋଗ । ଓଡିଶା ପୋଲିସରେ ଏବେ ନିଯୁକ୍ତି ପାଇବେ କିନ୍ନର । ୪୭୭ ସବ ଇନ୍ସପେକ୍ଟର ପଦବୀ ପାଇଁ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ୨୪୪ କନେଷ୍ଟବଳ ପଦବୀ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି ।
ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ପାଇଁ ବିଭିନ୍ନ ମହଲରୁ ତାଙ୍କୁ ପ୍ରଂଶସା କରାଯାଇଛି । ଏହି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ୱାଗତ କରାଯାଇଛି । କିନ୍ନର ନେତ୍ରୀ ମୀରା ପରିଡ଼ା ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।