ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଓଡ଼ିଶାରେ ନକଲି ଔଷଧ ବ୍ୟବସାୟର ତଦନ୍ତ ପାଇଁ କ୍ରାଇମ ବ୍ରାଞ୍ଚ STFର ସ୍ପେଶାଲ ଟିମ୍ ଗଠନ କରାଯାଇଛି । ତେବେ ଏହି ଟିମ ଗଠନ ହେବା ନେଇ ପୋଲିସ ଡିଜି ସୂଚନା ଦେଇଛନ୍ତି । ନକଲି ମେଡିସିନ କାରବୀର ଉପରେ ରୋକ୍ ଲଗାଇବା ପାଇଁ ଏହି ଟିମ୍ କାର୍ଯ୍ୟ କରିବ । ମୁଖ୍ୟମନ୍ତ୍ରୀଙ୍କ କ୍ରାଇମ ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ପରେ ଏହି ଟିମ ଗଠନ କରାଯାଇଛି ବୋଲି ପୋଲିସ ଡିଜି ସୂଚନା ଦେଇଛନ୍ତି । ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ବିଚାର ବିମର୍ଷ କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଡିଜି କହିଛନ୍ତି ।