ସନଷ୍ଟାର ଟିଭି ବ୍ୟୁରୋ
ପୁରୀ : କୋଭିଡ୍ ସଂକ୍ରମଣକୁ ଏଡ଼ାଇବା ପାଇଁ ଆସନ୍ତା ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ସାଧାରଣ ଜନତାଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରଖାଯାଇଛି । ସେ ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ପାଇବାରୁ ବଞ୍ଚିତ ରହିବେ ଭକ୍ତ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ କୋରାନା ପାଇଁ ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ବଡ଼ଦାଣ୍ଡରେ ସାନ୍ଧ୍ୟ ଆଇନ୍ ଲଗାଇ ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା କରିବାକୁ ନିଷ୍ପତ୍ତି ହୋଇଛି । ସେପଟେ ଶ୍ରୀମନ୍ଦିର ପ୍ରଶାସନ ଶୃଙ୍ଖଳିତ ରଥଯାତ୍ରା ତଥା ସେବାୟତ ସଂକ୍ରମଣ ରୋକିବା ପାଇଁ ଶ୍ରୀମନ୍ଦିର ଦର୍ଶନ କଟକଣା ଅବଧିକୁ ବୃଦ୍ଧି କରିଛି।
ଶ୍ରୀମନ୍ଦିର କୋଭିଡ୍ କମିଟିର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଭର୍ଚୁଆଲ୍ରେ ମୋଡ୍ରେ ଅନୁଷ୍ଠିତ ହୋଇଥିଲା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ ସମେତ ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡ. କେ. ବିଶାଳ ସିଂହ, ଶ୍ରୀମନ୍ଦିର ବରିଷ୍ଠ ପ୍ରଶାସନିକ ଅଧିକାରୀ, କୋଭିଡ୍ କମିଟିରେ ଥିବା ବରିଷ୍ଠ ସେବାୟତମାନେ ଏହି ଭର୍ଚୁଆଲ୍ ବୈଠକରେ ଉପସ୍ଥିତ ଥିଲେ । ଏହି ସବୁ ନେ଼ଇ ବୈଠକରେ ନିଷ୍ପତ୍ତି ନିଆ ଯାଇଥିଲା ।